ପ୍ରମୁଖ ଖବର
ବାଣୀବିହାରରେ ଉତ୍ତେଜନା । କ୍ୟାମ୍ପସ୍ ଖୋଲୁ ଖୋଲୁ ଦୁଇ ଗୋଷ୍ଠୀ ମୁହାଁମୁହିଁ
vanivihar university

କରୋନା ପାଇଁ ଦୀର୍ଘ ୯ ମାସ ପର୍ଯ୍ୟନ୍ତ ଉତ୍କଳ ବିଶ୍ୱବିଦ୍ୟାଳୟ ବନ୍ଦ ରହିବା ପରେ ନିକଟରେ ଖୋଲିଛି । ତେବେ ଖୋଲୁ ଖୋଲୁ ହିଁ କ୍ୟାମ୍ପସ ଅଶାନ୍ତ ହୋଇଉଠିଛି । ବିଶ୍ବବିଦ୍ୟାଳୟର ଗୋପବନ୍ଧୁ ଛାତ୍ରାବାସର ବିଭିନ୍ନ ଅବ୍ୟବସ୍ଥା ନେଇ ଦୁଇ ଛାତ୍ର ଗୋଷ୍ଠୀ ମୁହାଁମୁହିଁ ହୋଇଛନ୍ତି । ସମସ୍ୟା ସମାଧାନ ନେଇ ବିଶ୍ଵବିଦ୍ୟାଳୟ କର୍ତ୍ତୃପକ୍ଷଙ୍କୁ ଗୋଟେ ଗୋଷ୍ଠୀ ଭେଟିବାକୁ ଯାଉଥିବା ବେଳେ ଅନ୍ୟ ଏକ ଛାତ୍ର ଗୋଷ୍ଠୀ ସେମାନଙ୍କୁ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି ।