ପ୍ରମୁଖ ଖବର
ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ନାମ ରେ ନାମକରଣ ହେବ କଟକ ବସ୍ ଟର୍ମିନାଲ,ଆଜି ଭିତ୍ତିପ୍ରସ୍ତର ସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
cuttack-bus-stop-netajis -name-odishaonweb

ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ୧୨୫ ତମ ଜୟନ୍ତୀ । ନେତାଜୀଙ୍କ ଜନ୍ମସ୍ଥାନ କଟକର ଓଡିଆ ବଜାରସ୍ଥିତ ଜାନକୀନାଥ ଭବନ ସକାଳୁ ସକାଳୁ ଚଳଚଞ୍ଚଳ ହୋଇ ଉଠିଛି । ବହୁ ନେତା ଏବଂ ମାନ୍ୟଗଣ୍ୟ ବ୍ୟକ୍ତିମାନେ ପହଞ୍ଚି ନେତାଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଛନ୍ତି । ଏଥିସହ ନେତାଜୀଙ୍କ ସଂଗ୍ରହାଳୟ ବୁଲି ତାଙ୍କ ଜୀବନ କାହାଣୀକୁ ମନେ ପକାଇଛନ୍ତି

ଅନ୍ୟପଟେ, ଆଜି କଟକ ଆସି ନେତାଜୀଙ୍କ ପ୍ରତିମୂର୍ତ୍ତିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ମାଲ୍ୟାର୍ପଣ କରିବାର ମଧ୍ୟ କାର୍ଯ୍ୟକ୍ରମ ରହିଛି । ଦିନ ୧୧ଟାରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମ ରହିଛି । ତେବେ ନେତାଜୀଙ୍କ ଜନ୍ମସ୍ଥାନରେ ଶ୍ରଦ୍ଧାଞ୍ଜଳୀ ଅର୍ପଣ କରିବା ପରେ ମୁଖ୍ୟମନ୍ତ୍ରୀ ନେତାଜୀଙ୍କ ନାମରେ ଖାନନଗରଠାରେ ପ୍ରସ୍ତାବିତ ଅତ୍ୟାଧୁନିକ ବସ୍ ଟର୍ମିନାଲର ଶିଳାନ୍ୟାସ କରିବେ । ୧୧ ହଜାର ବର୍ଗମିଟରରେ ନିର୍ମିତ ଏହି ବସ୍ ଟର୍ମିନାଲରେ ୧୮୦ ବସ୍, ୨୭୫ଟି କାର ରହଣୀ ପାଇଁ ବ୍ୟବସ୍ଥା କରାଯିବ ।